ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁଣି ବର୍ଷାରେ ଭିଜିବ ଓଡ଼ିଶା। ବୁଧବାରଠୁ ମାର୍ଚ୍ଚ ୧୪ ଯାଏଁ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ ଓ ସମ୍ବଲପୁର ଆଦି ଜିଲ୍ଲାରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ମାର୍ଚ୍ଚ ୧୪ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ମାର୍ଚ୍ଚ ୧୪ ପରେ ପାଗରେ ପରିବର୍ତ୍ତନ ହେବ। ରାଜ୍ୟରେ ତାପମାତ୍ରା ବଢ଼ିବ।

Comment