ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ଛତିଶଗଡ଼ ଓ ଉତ୍ତର ମଧ୍ୟପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କିଛିଟା ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।

୧୪ ତାରିଖରେ ରାଜ୍ୟର ୨୫ ଜିଲ୍ଲାରେ କୋହୋଲା ପାଗ ସାଙ୍ଗକୁ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍‌ ଜାରି କରାଯାଇଛି।

୧୫ ତାରିଖରେ ଉତ୍ତର ଓଡ଼ିଶା ସହ ଯାଜପୁର, ଢେଙ୍କାନାଳ, ଅନୁଗୁଳ, କଟକ, ଯାଜପୁର ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ସ୍ଵଳ୍ପ ବର୍ଷା ହେବ।

Comment