ଓଡ଼ିଶାଲାଇଭ୍ ବ୍ୟୁରୋ

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩ରେ ପହଞ୍ଚିଛି। ଆଗ୍ରାରୁ ଦୁଇ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦୁହେଁ ଶୁକ୍ରବାର ଦୁବାଇରୁ ଫେରିଥିଲେ। ଶୁକ୍ରବାର ଦୁହେଁ କରୋନା ଯାଞ୍ଚ କରାଇଥିବା ବେଳେ ଶନିବାର ସେମାନଙ୍କ ରିପୋର୍ଟ ପଜିଟିଭ୍ ଆସିଛି।

ସେପଟେ ୮୩ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରାଳୟ ସୂଚନା ଦେଇଛି।

ପ୍ରତିଦିନ ନୂଆ ନୂଆ ସନ୍ଦିଗ୍ଧ ଚିହ୍ନଟ ହେଉଥିବାରୁ ଦେଶରେ ଭୟର ବାତାବରଣ ରହିଛି। କରୋନା ମୁକାବିଲା କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସଚେତନମୂଳକ ପଦକ୍ଷେପ ନେଉଛନ୍ତି। କରୋନାକୁ ନେଇ ୧୧ଟି ରାଜ୍ୟରେ ଆଲର୍ଟ ଜାରି କରାଯାଇଛି। ଓଡ଼ିଶା ସମେତ ଉତ୍ତରାଖଣ୍ଡ, ହରିୟାଣା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ବିହାର, ମଣିପୁର, ମହାରାଷ୍ଟ୍ର, ପଞ୍ଜାବ ଏବଂ ଛତିଶଗଡ଼ରେ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି।

ଓଡ଼ିଶାରେ ମାର୍ଚ୍ଚ ୩୧ ତାରିଖ ଯାଏଁ ସମସ୍ତ ସ୍କୁଲ କଲେଜକୁ ଛୁଟି ଘୋଷଣା କରାଯାଇଛି।

ସାରା ବିଶ୍ଵରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତ ହୋଇ ୫ହଜାରରୁ ଅଧିକ ଲୋକ ମୃତ୍ୟୁ ଘଟିସାରିଲାଣି। କରୋନାକୁ ନେଇ ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Comment