ଓଡ଼ିଶାଲାଇଭ୍‌ ବ୍ୟୁରୋ

କରୋନା ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାରା କରୋନାରେ ମୃତ୍ୟୁ ହେଲେ ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କାର ସହାୟତା। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କରୋନା ପାଇଁ କେନ୍ଦ୍ର ସରକାର ତତ୍ପର ହୋଇ ଉଠିଛନ୍ତି। ଇତିମଧ୍ୟରେ କରୋନାରେ ଭାରତରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି।

ଏହି ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ମିଳିବା କରୋନା ଏବେ ବିଭିନ୍ନ ରାଜ୍ୟକୁ ବ୍ୟପେିବାରେ ଲାଗିଛି। କରୋନା ରୋକିବା ପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଦିଲ୍ଲୀରେ ଏହାକୁ ମହାମାରୀ ଭାବେ ଘୋଷଣା କରାଯାଇଥିବା ବେଳେ ୧୨ଟି ରାଜ୍ୟରେ ମାର୍ଚ୍ଚ ୨୯ ଯାଏଁ ବିଭିନ୍ନ ସ୍କୁଲ କଲେଜ ବନ୍ଦ ଘୋଷଣା କରାଯାଇଛିା

Comment