ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

କରୋନା ଭାଇରସ ଧୀରେ ଧୀରେ ସାରାବିଶ୍ୱକୁ ବ୍ୟାପିଛି। ଭାରତରେ ବର୍ତ୍ତମାନ ସୁଦ୍ଧା କରୋନାରେ ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ଏହି ଘାତକ ଭାଇରସ ୧୪ଟି ରାଜ୍ୟରେ ପ୍ରବେଶ କରିଥିଲା ବେଳେ ମହାରାଷ୍ଟ୍ରରେ ସବୁଠୁ ଅଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ଏହାକୁ ଦିୃଷ୍ଟିରେ ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରକୁ ସୋମବାର ସନ୍ଧ୍ୟାଠାରୁ ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଆଗାମୀ ନିଷ୍ପତ୍ତି ନହେବା ଯାଏଁ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

ତେବେ କେବଳ ସିଦ୍ଧି ବିନାୟକ ମନ୍ଦିର ନୁହେଁ ମହାରାଷ୍ଟ୍ରରେ ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି। କରୋନାର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ଜିଲ୍ଲା ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

LEAVE A REPLY

Please enter your comment!
Please enter your name here