ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

କରୋନା ପାଇଁ ବନ୍ଦ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ହଷ୍ଟେଲ ଖାଲି କରିବାକୁ ଛାତ୍ରାଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ତରଫରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନ୍  ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।କରୋନା ଭାଇରସକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି। ଛାତ୍ରଛାତ୍ରୀଙ୍କୁ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ କୁହାଯାଇଛି। ଏଥିସହିତ ଯେଉଁ ବିଭାଗର ପରୀକ୍ଷା ବାକି ରହିଯାଇଛି ତାହାକୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି।ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିସାରିଛନ୍ତି। ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିସାରିଛନ୍ତି।

LEAVE A REPLY

Please enter your comment!
Please enter your name here