ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ନିଆଯାଇଛି।

ଉତ୍ତର ତଟିୟ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସୁର୍କଲେସନ୍ ଓ ତାମିଲନାଡ଼ୁରୁ ତେଲେଙ୍ଗାନା ସୀମାରେ ଟ୍ରପ୍ ଲାଇନ୍ ସୃଷ୍ଟି ହେବା ଫଳରେ ବର୍ଷା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏହାସହ ଗଜପତି, ଗଞ୍ଜାମ, ପୁରୀ, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ଘଡ଼ଘଡ଼ି ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ।

ସେହିପରି ଆଜି ୮ଟି ଜିଲ୍ଲା – କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର, ଗଞ୍ଜାମ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ଏବଂ ବିଜୁଳି ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଗୁରୁବାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କିଛିଟା ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ନୂଆପଡ଼ା, ବଲାଙ୍ଗିର, ସମ୍ବଲପୁର, ବୌଦ୍ଧ, କଳୗହାଣ୍ଡି, କନ୍ଧମାଳ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଭଦ୍ରକ। ଏହିସବୁ ଜିଲ୍ଲାଗୁଡ଼ିକରେ ୟେଲୋ ଓ୍ୱାର୍ଣ୍ଣିଂ ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୬.୪ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ କରାଯାଇଛି। ଭୁବନେଶ୍ୱର, ବଲାଙ୍ଗିର ଓ ଭବାନୀପାଟଣାରେ ୩୬.୪ ଡିଗ୍ରୀ ସେଲସିୟସ୍ରେ ତାପମାତ୍ରା ପହଞ୍ଚିଛି।

Comment