ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୧୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏନେଇ ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।

୧୬୬ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୪୧ ଭାରତୀୟ ରହିଛନ୍ତି। ସହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୨୫ଜଣ ବିଦେଶୀ ନାଗରିକ ରହିଛନ୍ତି। ଗତ ୨୪ଘଣ୍ଟା ମଧ୍ୟରେ ୧୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ନିକଟସ୍ଥ ମେଡିକାଲର ଆଇସୋଲେସନ ୱାର୍ଡରେ ରଖି ଚିକିତ୍ସା କରାଯାଉଛି।

ବର୍ତ୍ତମାନ ସୁଦ୍ଧା ଭାରତରେ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କରୋନାରେ କର୍ଣ୍ଣାଟକର କଲବୁର୍ଗିରେ ଜଣେ ୭୬ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ସେହିଭଳି ଦିଲ୍ଲୀ ଓ ମୁମ୍ବାଇରେ ଜଣେ ମହିଳା ଓ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି।

କରୋନା ଭାଇରସଠାରୁ ରକ୍ଷାପାଇବା ପାଇଁ ପ୍ରତିଦିନ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ଆଡଭାଇଜରି ଜାରି କରୁଛନ୍ତି। ରାଜଧାନୀ ଦିଲ୍ଲୀ ଓ ମୁମ୍ବାଇରେ ଚର୍ଚ୍ଚ ଭିତରକୁ ଯିବାକୁ ଲୋକଙ୍କୁ ବାରଣ କରାଯାଇଛି। ଲୋକଙ୍କୁ ମାସ୍କ ଓ ସାନିଟାଇଜର ବ୍ୟବହାର ପାଇଁ ପରାମର୍ଶ ଦିଆଯାଉଛି। ସେହିଭଳି କରୋନା ବ୍ୟାପିବା ଆଶଙ୍କାରେ ବିଭିନ୍ନ ରାଜ୍ୟରେ ମାର୍ଚ୍ଚ ୩୧ତାରିଖରେ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ, ଜିମ୍, ପାର୍କ, ମଲ୍ ଆଦିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

Comment