ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଭାରତରେ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବର୍ତ୍ତମାନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୮ ଛୁଇଁଛି। ଆକ୍ରାନ୍ତଙ୍କ ମଧ୍ୟରେ ୩୯ଜଣ ବିଦେଶୀ ନାଗରିକ ରହିଛନ୍ତି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ମହାରାଷ୍ଟ୍ରରେ ସର୍ବାଧିକ ୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ଘଣ୍ଟା ମଧ୍ୟରେ ୬୩ଜଣ ନୂଆଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧାରେ ଭାରତରେ ୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

କରୋନା ଭାଇରସଠାରୁ ରକ୍ଷା ପାଇବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଉଛନ୍ତି। ଲୋକମାନଙ୍କୁ ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦିଆଯାଉଛି। ଏହାସହ କରୋନା ସଂକ୍ରମଣକୁ ରୋକିବା ପାଇଁ ମାର୍ଚ୍ଚ ୨୨ତାରିଖ ଜନାତ କର୍ଫ୍ୟୁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଇଟାଲୀରେ ୪ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଇଟାଲୀ ଫସି ରହିଥିବା ଭାରତୀୟଙ୍କୁ ଶନିବାର ଏୟାର ଇଣ୍ଡିଆର ବିମାନ ଯୋଗେ ଉଦ୍ଧାର କରାଯିବା। ଏନେଇ ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Comment