ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି ରାଜଧାନୀରେ କୁଆପଥର ସହ ବର୍ଷା ହୋଇଛି। ଶନିବାର ଅପରାହ୍‌ଣରେ ଭୁବନେଶ୍ୱର ସମେତ ଏହାର ଆଖପାଖ ଅଞ୍ଚଳରେ କୁଆପଥର ବର୍ଷା ହୋଇଛି।

ଅନ୍ୟପଟେ ପାଣିପାଗ ବିଭାଗ ବୁଲେଟିନ୍‌ ଅନୁଯାୟୀ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ଜଗତସିଂହପୁରରେ ବଜ୍ରପାତ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ରହିବ।

Comment