ଓଡ଼ିଶାଲାଇଭ୍କରୋନା ବ୍ୟୁରୋ

କରୋନା ସଂକ୍ରମଣରୁ ନିଜକୁ ରକ୍ଷା କରିବା ପାଇଁ ଆପଣଙ୍କୁ ସଚେତନ ହେବାକୁ ପଡ଼ିବ। ଆପଣଙ୍କ ଘରେ , ସୋସାଇଟିରେ ବା ଅଫିସରେ ଲୋକଙ୍କ ସହ ମିଳାମିଶ କଲା ବେଳେ ହାତ ମିଳାନ୍ତୁ ନାହିଁ। କାହାର କାଶ ବା ଛିଙ୍କ ହେଉଥିଲେ ତାଙ୍କଠାରୁ ଅନ୍ତତଃ ୧ ମିଟର ଦୂରତା ରକ୍ଷା କରନ୍ତୁ। ନିୟମିତ ବ୍ୟବଧାନରେ ସାବୁନରେ ବା ହ୍ୟାଣ୍ଡ ଓ୍ୱାସରେ ହାତ ଧୁଅନ୍ତୁ। ହାତକୁ ଆଖି, ପାଟି ଓ ନାକରେ ଲଗାନ୍ତୁ ନାହିଁ।

ବାରମ୍ବାର ବ୍ୟବହାର ହେଉଥିବା ଜିନିଷ ଯେପରିକି ମୋବାଇଲ ଫୋନ, ଲାପଟପ୍‌, କମ୍ପ୍ୟୁଟର କିବୋର୍ଡ ଆଦିକୁ ଅନ୍ୟ ସହ ବ୍ୟବହାର କରନ୍ତୁ ନାହିଁ। ହାଟ, ବଜାର, ମଲ୍‌ ବା କୌଣସି ସଭାସମିତି ବା ଭିଡ଼ ସ୍ଥାନକୁ ଯାଆନ୍ତୂ ନାହିଁ। ଘରେ ଏବଂ ଅଫିସରେ ଆପଣ ବ୍ୟବହାର କରୁଥିବା ପରିଷ୍କାର ପରିଚ୍ଛନତାରେ ରଖନ୍ତୁ।

Comment