ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

କରୋନା ମୁକାବିଲା ପାଇଁ ବଡ଼ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। ଆଜି ମଧ୍ୟରାତିରୁ ସାରା ଓଡ଼ିଶାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ମାର୍ଚ୍ଚ ୨୯ ତାରିଖ ୧୨ଟା ଯାଏଁ ଲକ୍‌ ଡାଡନ୍‌ ବଳବତ୍ତର ରହିବ। ଏନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ କରୋନା ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚି।

ଗତ ତିନି ଦିନ ତଳେ ୫ ଜିଲ୍ଲା ଏବଂ ୮ ସହରକୁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ହେଲେ ମଙ୍ଗଳବାରଠୁ ୧୪ ଜିଲ୍ଲାରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ପୁଣି ଆଜି ମଧ୍ୟରାତିରୁ ଓଡ଼ିଶାର ସମସ୍ତ ଜିଲ୍ଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର।

ଲକ୍‌ ଡାଉନ୍‌ ବେଳେ  ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଦୋକାନକୁ ଛାଡ଼ି ଅନ୍ୟ ସମସ୍ତ ଦୋକାନ ବନ୍ଦ ରହିବ ବୋଲି ସୂଚନା ମିଳିଛି।

Comment