ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

କରୋନା ମୁକାବିଲା ପାଇଁ ବିଭିନ୍ନ ପଦରେ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଛି। ୩ମାସ ଚୁକ୍ତି ଭିତ୍ତିରେ ଡାକ୍ତର, ନର୍ସ ଓ ଫାର୍ମାସିଷ୍ଟ୍ ଆଦି ପଦରେ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ଦିଆଯିବ। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ଟୁଇଟ କରି ସୂଚନା ଦେଇଛି।

କରୋନା ଭାଇରସ ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ରାଜ୍ୟ ସରକାରଙ୍କ ଏହି ମିଶନରେ ଡାକ୍ତର, ନର୍ସ ଅନ୍ୟ ପଦବୀରେ କାର୍ଯ୍ୟ କରିଥିବା କର୍ମଚାରୀଙ୍କୁ ଯୋଗଦେବାକୁ ବିଜ୍ଞପ୍ତିରେ କୁହାଯାଇଛି।

ଜୁନ ୩୦ତାରିଖ ପର୍ଯ୍ୟନ୍ତ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି ବୈଧ ରହିବ। ଏହାସହ ଯେଉଁମାନେ ଏଥିରେ ନିଯୁକ୍ତ ପାଇବେ ସେମାନଙ୍କୁ ଦିନିକିଆ ଦରମା ଦିଆଯିବ।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ ଆଇସୋଲେସନ ଓ୍ଵାର୍ଡରେ ରିଖାଯାଇଛି। ସେହିଭଳି ଦେଶରେ ୫୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ମୁକାବିଲା ପାଇଁ ସାରା ଦେଶକୁ ୨୧ଦିନ ପାଇଁ ଲକ୍‌ଡାଉନ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

Comment