ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ଭାରତରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୬୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇଛି। ଏହାସହ ୪୪ ଜଣ ସୁସ୍ଥ ହୋଇ ଘରକୁ ମଧ୍ୟ ଫେରିଛନ୍ତି।

ଦେଶରେ କେରଳ ରାଜ୍ୟରେ ସର୍ବାଧିକ ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମହାରାଷ୍ଟ୍ରରେ ୧୨୫ ଜଣ ଚିହ୍ନଟ ହୋଇଛନ୍ତି। ଗୁରୁବାର ଗୋଟିଏ ଦିନରେ ଦେଶରେ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ସରକାର ବଡ଼ ବଡ଼ ପଦକ୍ଷେପ ମଧ୍ୟ ନେଉଛନ୍ତି।

ଭାରତରେ କରୋନା ଭାଇରସ୍‌କୁ ବ୍ୟାପିବାରୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାସହ ସରକାର ୨୧ ଦିନ ପାଇଁ ସାରା ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଲୋକମାନଙ୍କୁ ଘରୁ ନବାହାରିବାକୁ ବାରଣ କରାଯାଉଛି। ଏହାକୁ ଉଲ୍ଲଘଂନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଉଛି।

ଏହାସହ ଦେଶରେ ରେଳ ସେବା, ବସ୍ ସେବା ଓ ବିମାନ ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଛି। କେବଳ ଭାରତ ସରକାର ନୁହେଁ ବିଭିନ୍ନ ରାଜ୍ୟର ରାଜ୍ୟ ସରକାରମାନେ ମଧ୍ୟ ଏଥିପାଇଁ ତତ୍ପରତା ପ୍ରକାଶ କରିଛନ୍ତି। ଏହାକୁ ବ୍ୟାପିବାରୁ ରୋକିବାକୁ ବିଭିନ୍ନ ପଦେକ୍ଷେପ ଗ୍ରହଣ କରୁଛନ୍ତି। ବର୍ତ୍ତମାନ ଓଡ଼ିଶାରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comment