ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁଯାୟୀ ଏବେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୮ ଥିବା ବେଳେ ମୃତ୍ୟୁ ସଂଖ୍ୟା ୨୯ ଛୁଇଁଛି। ୧୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଉତ୍ତର ପ୍ରଦେଶର ଜଣେ ଦୁଇ ବର୍ଷର ଶିଶୁ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ଉତ୍ତରପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ନୋଏଡାରେ ୪ଟି ନୂଆ ମାମଲା ସାମ୍ନାକୁ ଆସିଛି। ମହାରାଷ୍ଟ୍ରରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି କମ୍‌ ନୁହେଁ। ଏହି ରାଜ୍ୟରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୧୬ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା ଜଣାପଡ଼ିଛି।

ମଧ୍ୟପ୍ରଦେଶର ଇନ୍ଦୋରରେ ଆଉ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏବେ ଏହି ରାଜ୍ୟରେ ୨୭ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ସେହିପରି କଶ୍ମୀରରେ ମଧ୍ୟ ୪ଟି ନୂଆ ଘଟଣା ସାମ୍ନାକୁ ଆସିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି।

Comment