ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଦୁହେଁ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇବା ସହିତ ଓଡ଼ିଶାର ଉନ୍ନତି ପାଇଁ ପ୍ରାର୍ଥନା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ୍ କରି ଲେଖିଛନ୍ତି,”ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ। ଆଗାମୀ ଦିନମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା।”

ସେହିଭଳି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟରେ ଲେଖିଛନ୍ତି ଯେ, ଉତ୍କଳ ଦିବସ ପାଳନ ଅବସରରେ ଓଡ଼ିଶାରର ସମସ୍ତଙ୍କ ଜନସାଧାରଣଙ୍କୁ ତାଙ୍କର ଅଭିନନ୍ଦନ ଓ ଶୁଭେଚ୍ଛା। ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ବୋଲି ସେ ଇଚ୍ଛା କରିଛନ୍ତି।

୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଭାଷାଭିତ୍ତିରେ ଓଡ଼ିଶା ରାଜ୍ୟ ଗଠନ ହୋଇଥିଲା। ଫଳରେ ଓଡ଼ିଶା ଭାଷାଭିତ୍ତିରେ ସ୍ୱତନ୍ତ୍ର ପରିଚୟ ପାଇପାରିଥିଲା। ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ।

Comment