ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଚିହ୍ନଟ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ। ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି।

ବୁଧବାର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବୁଧବାର ମୋଟ୍ ୨୯୦ଟି ନମୁନା ପରୀକ୍ଷଣ କରାଯାଇଥିଲା। ଏଥିମଧ୍ୟରୁ ଗୋଟିଏ ପଜିଟିଭ୍ ଚିହ୍ନଟ ହୋଇଛି। ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଜଣକ ଭୁବନେଶ୍ୱର ସତ୍ୟନଗର ଅଞ୍ଚଳର ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ତେବେ ଏହି ବ୍ୟକ୍ତିଜଣକ ବର୍ତ୍ତମାନ ସୁଦ୍ଧା କେତେ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଏବଂ ସେ କୌଣସି ବିଦେଶ ଯାତ୍ରାରେ ଯାଇଥିଲେ କି ସେନେଇ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିପାରିନାହିଁ।

ଏହାର ଗୋଟିଏ ଦିନ ପୂର୍ବରୁ ମାର୍ଚ୍ଚ ୩୧ ତାରିଖରେ ଭଦ୍ରକ ଅଞ୍ଚଳର ଜଣେ ଯୁବକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଯୁବକଜଣକ ନିକଟରେ ଦୁବାଇରୁ ଫେରିଥିଲେ। ମାର୍ଚ୍ଚ ୩୧ ତାରିଖରେ ସେ କରୋନା ପଜିଟିଭ୍ ଥିବା ସୂଚନା ମିଳିଥିଲା।

LEAVE A REPLY

Please enter your comment!
Please enter your name here