ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ସାରା ଦେଶରେ କରୋନା ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ବର୍ତ୍ତମାନସୁଦ୍ଧା ୧୯୬୫ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ୫୦ ଜଣ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୩୨୮ଟି ମାମଲା ସାମ୍ନାକୁ ଆସିଥିବା ବେଳେ ୧୨ ଜଣଙ୍କର ପ୍ରାଣହାନି ଘଟିଛି। ବର୍ତ୍ତମାନସୁଦ୍ଧା ୧୫୧ ଜଣ ସଂକ୍ରମିତ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

କୋଭିଡ-୧୯ ସଂକ୍ରାନ୍ତରେ ସମସ୍ତ ପ୍ରମାଣଯୋଗ୍ୟ ଏବଂ ସଦ୍ୟତମ ସୂଚନା, ବୈଷୟିକ ପ୍ରସଙ୍ଗ, ଗାଇଡଲାଇନ ଏବଂ ମାର୍ଗଦର୍ଶିକା ନିମନ୍ତେ https://www.mohfw.gov.in/ ୱେବସାଇଟ ଦେଖିବାକୁ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।

କୋଭିଡ-୧୯ ସମ୍ପର୍କରେ କୌଣସି ବୈଷୟିକ ସନ୍ଦେହର ସମାଧାନ ଲାଗି technicalquery.covid19@gov.in ରେ ଏବଂ ଅନ୍ୟ କିଛି ବିଷୟରେ ଜାଣିବାକୁ ଚାହୁଁଥିଲେ ncov2019@gov.in ଇମେଲ କରନ୍ତୁ।

କୋଭିଡ-୧୯ ସଂକ୍ରାନ୍ତରେ କୌଣସି ସୂଚନା ପାଇବାକୁ ଚାହୁଁଥିଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ହେଲ୍ପଲାଇନ ନମ୍ବର +୯୧-୧୧-୨୩୯୭୮୦୪୬ କିମ୍ବା ୧୦୭୫ (ଶୁଳ୍କମୁକ୍ତ)ରେ କଲ କରନ୍ତୁ। କୋଭିଡ-୧୯ ସଂକ୍ରାନ୍ତରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକର ହେଲ୍ପଲାଇନ ନଂ https://www.mohfw.gov.in/pdf/coronvavirushelplinenumber.pdf ରେ ଉପଲବ୍ଧ ରହିଛି।

Comment