ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଦିନକୁ ଦିନ ଭାରତରେ କରୋନା ସ୍ଥିତି ଗମ୍ଭୀର ରୂପ ଧାରଣ କରିବାରେ ଲାଗିଛି। ଶୁକ୍ରବାର ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଭାରତରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି।

ସେହିଭଳି ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୨୦୮୮କୁ ବୃଦ୍ଧି ପାଇଛି। କ୍ରମାଗତ ଭାବେ ଏହି ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ଏହି ସମୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬୪ ଥିବାବେଳେ ମାତ୍ର ଗୋଟିଏ ଦିନ ମଧ୍ୟରେ ଏହା ୨ ହଜାର ଟପିଛି।

ସେହିଭଳି ଗୁରୁବାର ଏହି ମୃତ୍ୟୁସଂଖ୍ୟା ୫୦ ଥିଲା। ମାତ୍ର ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୬ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। କରୋନାରେ ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ୧୫୬ ଜଣ ଲୋକ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଅନ୍ୟପଟେ ସାରା ବିଶ୍ୱରେ ମଧ୍ୟ କରୋନାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଆମେରିକା, ସ୍ପେନ୍ ଓ ଇଟାଲୀରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

Comment