ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ଓଡ଼ିଶାରେ ପୁଣି ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି। ସେଥିମଧ୍ୟରୁ ୩୨ ଆକ୍ରାନ୍ତ କେବଳ ଭୁବନେଶ୍ୱରର ବୋଲି ଜଣାପଡ଼ିଛି।

ରବିବାର ଅପରାହ୍‌ଣ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଥିଲା। ଭୁବନେଶ୍ୱର କପିଳପ୍ରସାଦ ଏବଂ ବମିଖାଲ ଅଞ୍ଚଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ରାତିରେ ଆଉ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫ ଜଣ କେବଳ ବମିଖାଲ ଅଞ୍ଚଳର ବୋଲି ଜଣାପଡ଼ିଛି।

ବମିଖାଲ ଅଞ୍ଚଳକୁ ପ୍ରଶାସନ ଦୁଇ ଦିନ ହେଲା ସିଲ୍‌ କରିଛି। ଆକ୍ରାନ୍ତମାନଙ୍କୁ ଆଇସୋଲେସନରେ ରଖାଯାଇଛି।

Comment