ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଦେଶରେ ଧୀରେ ଧୀରେ କରୋନା ଆକ୍ରାନ୍ତ ଓ ଏଥିରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରବିବାର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସାରା ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୬କୁ ବୃଦ୍ଧି ପାଇଛି।

ଏଥିସହ ଭାରତରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬୭ ଜଣ ମେଡିକାଲରେ ଚିକିତ୍ସିତ ହୋଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ଦେଶରେ ୩୦୩୦ ଜଣ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।ଅନ୍ୟପଟେ ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। କଳାହାଣ୍ଡିର ଜଣେ ବ୍ୟକ୍ତିଙ୍କ ପାଖରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଦୁଇ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ରାଜ୍ୟରେ ୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comment