ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ଓଡ଼ିଶାରେ ୪୦ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା।

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାରେ। ସେ ଗତ ୨୪ ତାରିଖରେ ଦୁବାଇରୁ ଫେରିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ଟୁଇଟ୍‌ କରି ସୂଚନା ଦେଇଛି। ତାଙ୍କ ବୟସ ୩୨ ବର୍ଷ।

ଗତକାଲି ଓଡ଼ିଶାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଥିଲା। ଆଜି କେନ୍ଦ୍ରାପଡ଼ାରୁ ଜଣେ ଯୁବକ ଚିହ୍ନଟ ହେବା ପରେ ସଂଖ୍ୟା ୪୦ରେ ପହଞ୍ଚିଛି।

coronaପୂର୍ବରୁ କଟକ, ଯାଜପୁର, ପୁରୀ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଭଦ୍ରକରୁ ୩ ଜଣ ଏବଂ ଭୁବନେଶ୍ୱରରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି କେନ୍ଦ୍ରାପଡ଼ାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comment