ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଦିନକୁ ଦିନ ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଭାରତରେ ମୋଟ ୪୪୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଏଥିସହିତ କରୋନା କାରଣରୁ ଦେଶରେ ମୋଟ ୧୧୪ ଜଣ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିସହିତ ୩୨୬ କରୋନା ଆକ୍ରାନ୍ତ ସଂକ୍ରମଣରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ୩ ହଜାର ୯୮୧ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଏଥିସହିତ ସାରା ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ଟପିଛି। ବର୍ତ୍ତମାନ ସୁଦ୍ଧା ବିଶ୍ୱରେ ମୋଟ ୧୩ ଲକ୍ଷ ୪୭ ହଜାର ୪୭୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ବିଶ୍ୱରେ ମୋଟ ୨ ଲକ୍ଷ ୮୫  ହଜାର ୯୦ ଜଣ ଲୋକ କରୋନା କବଳରୁ ସୁସ୍ଥ ହୋଇଛନ୍ତି। ସାରା ବିଶ୍ୱରେ କରୋନା କାରଣରୁ ମୋଟ ୭୪ ହଜାର ୭୦୨ଜଣ ଲୋକ ଜୀବନ ହରାଇଛନ୍ତି ବୋଲି ସୂଚନା ମିଳିଛି।

Comment