ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

corona test 2

ଓଡ଼ିଶାରେ ଆଉ ୪ ନୂଆ କୋରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ଜଣ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣା ପଡ଼ିଛି। ଏନେଇ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ସୂଚନା ଦେଇଛି। ଶନିବାର ବିଳମ୍ବିତ ରାତିରେ ରାଜ୍ୟରେ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଓଡ଼ିଶା ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଟୁଇଟ କରି ସୂଚନା ଦେଇଥିଲା।

୪ଟି ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲ୍ଲାରେ ଚିହ୍ନଟ ହୋଇଥିବା କୋରନା ଆକ୍ରାନ୍ତଙ୍କ ନିଜାମୁଦ୍ଦିନ ଲିଙ୍କ ରହିଥିବା ନେଇ ସନ୍ଦେହ କରାଯାଉଛି। ଏନେଇ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।

corona

ଓଡ଼ିଶାରେ ଚିହ୍ନଟ ହୋଇଥିବା ୫୪ କରୋନା କୋରନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବର୍ତ୍ତମାନ ରାଜ୍ୟରେ ୪୧ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି। କରୋନା ଭାଇରସଠାରୁ ରକ୍ଷା ପାଇବା ପାଇଁ ବାରମ୍ବାର ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ଦିଆଯାଉଛି। ଏଥିପାଇଁ ଓଡ଼ିଶାରେ ଏପ୍ରିଲ ୩୦ ତାରିଖ ଯାଏଁ ଲକ୍‌ଡାଉନ ଘୋଷଣା ହୋଇଛି।

Comment