ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ। ଶନିବାର ରାତିରେ ଚିହ୍ନଟ ହୋଇଥିବା ଚାରି ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଆକ୍ରାନ୍ତ ଭୁବନେଶ୍ୱରର ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି।

ସେହିପରି ଆଉ ତିନି ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇଜଣ ସୁନ୍ଦରଗଡ ଜିଲ୍ଲାର ଓ ଅନ୍ୟ ଜଣେ କେନ୍ଦ୍ରାପଡା ଜିଲ୍ଲାର ବୋଲି ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ତେବେ ନୂଆ କରି ଚିହ୍ନଟ ହୋଇଥିବା ସେହି ଚାରିଜଣ ଆକ୍ରାନ୍ତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ଯାଞ୍ଚ ଚାଲିଛି। ଏପର୍ଯ୍ୟନ୍ତ ସେନେଇ କୌଣସି ସୂଚନା ମିଳିପାରିନାହିଁ।

ଭୁବନେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହେବା ସହ ଖୋର୍ଦ୍ଧା ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଛୁଇଁଛି। ସେମାନଙ୍କ ମଧ୍ୟରୁ କେବଳ ୭ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୩୪ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି।

corona

ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରେ ଦ୍ୱିତୀୟ ଆକ୍ରାନ୍ତ ଚିହ୍ନଟ ହେବା ସହିତ ସୁନ୍ଦରଗଡ ଜିଲ୍ଲାରେ ପ୍ରଥମ ଥର ପାଇଁ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here