ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଯାଜପୁର ଜିଲ୍ଲାରେ ଚିହ୍ନଟ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ। ମଙ୍ଗଳବାର ଏନେଇ ଜିଲ୍ଲାର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଏଥିସହ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି।

ସୋମବାର ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬ରେ ପହଞ୍ଚିଥିଲା। ତେବେ ନୂଆକରି ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି।

ସେ କିଛି ଦିନ ତଳେ କଲିକାତାରୁ ଫେରିଥିଲେ। ଏହାପରେ ସେ କରୋନା ପଜିଟିଭ୍ ଥିବା ନେଇ ସୂଚନା ମିଳିଛି। ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାର ଦୁଇଟି ଗାଁ’ ସାନତ୍ରିଲୋଚନପୁର ଓ ସହିପୁର-୩କୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।

ଏହାପୂର୍ବରୁ ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ତେବେ ସେ ଗତ ୧୦ ତାରିଖରେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ବର୍ତ୍ତମାନ ଜିଲ୍ଲାରେ ଆଉ ଜଣେ ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପାଇଁ ଚିନ୍ତା ବଢ଼ିଯାଇଛି।

Comment