ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ଏଥର ନିରାଡମ୍ଵରରେ ପାଳନ ହେବ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। କରୋନା ସତର୍କକତା ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସଂପାଦକ ସଞ୍ଜୟ ଦାସବର୍ମା।

ଚଳିତ ବର୍ଷ ଏପ୍ରିଲ ୧୭ ତାରିଖରେ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯିବ। ଏହାକୁ ନିରାଡ଼ମ୍ଵରରେ ପାଳନ କରିବାକୁ ସମସ୍ତଙ୍କୁ କୁହାଯାଇଛି। ନିଜ ଘରେ ବିଜୁ ବାବୁଙ୍କ ଫଟୋରେ ପୁଷ୍ପମାଲ୍ୟ ଦେବାକୁ ଦଳୀୟ କର୍ମୀଙ୍କୁ ପରାମର୍ଶ ଦିଆଯାଇଛି।

corona

ବର୍ତ୍ତମାନ କରୋନା ଭାଇରସ୍‌ ମୁକାବିଲାରେ ଲାଗିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ ସାରା ଦେଶକୁ ମେ’ ୩ ତାରିଖ ଯାଏଁ ଲକ୍‌ଡାଉନ୍‌ କରିଦିଆଯାଇଛି। ତେଣୁ ଦେଶରେ କୌଣସି ରାଜନୈତିକ କିମ୍ଵା ସାମାଜିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇପାରିବ ନାହିଁ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୪୬ ଜଣ ଭୁବନେଶ୍ଵରର ଅଛନ୍ତି। ରାଜ୍ୟରେ କରୋନା ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comment