ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

 

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଟୁଇଟ୍ କରି ତାଙ୍କ ବାପା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ନିଜର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ନବୀନ ଟୁଇଟ୍ କରି ଲେଖିଛନ୍ତି, “ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି ଲୋକର କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା, ଯାହା ଲୋକଙ୍କ ସେବା ପାଇଁ ସର୍ବଦା ଆମକୁ ଅନୁପ୍ରାଣିତ କରିଆସିଛି। ସେହି ମହାନ ପୁଣ୍ୟାତ୍ମା, ଓଡ଼ିଶାର ବରପୁତ୍ର, ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।”

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ହେଉଛି ୨୩ ତମ ଶ୍ରାଦ୍ଧ ବାର୍ଷିକୀ। ତେବେ କରୋନାକୁ ଦୃଷ୍ଟିରେ ରଖି ଏଥର ଶ୍ରାଦ୍ଧ ବାର୍ଷିକୀକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବିଜୁ ବାବୁ ୧୯୧୬ ମସିହା ମାର୍ଚ୍ଚ ୫ରେ କଟକରେ ଜନ୍ମ ଗ୍ରହଣ କରିଥିଲେ। ୧୯୯୭ ମସିହା ଏପ୍ରିଲ ୧୭ ଅର୍ଥାତ୍ ଆଜିର ଦିନରେ ବିଜୁ ପଟ୍ଟନାୟକ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

Comment