ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୂର୍ବତନ ମନ୍ତ୍ରୀ ତଥା ଚମ୍ପୁଆର ପୂର୍ବତନ ବିଧାୟକ ସହରାଇ ଓରାମଙ୍କ ଶୁକ୍ରବାର ଅପରାହ୍‌ଣରେ ଦେହାନ୍ତ ହୋଇଛି। ବଡ଼ବିଲ୍‌ ଭଦ୍ରାସାହିସ୍ଥିତ ନିଜ ଘରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ। ୧୯୯୦ରେ ସେ ବିଜୁ ପଟ୍ଟନାୟକଙ୍କ ସରକାରରେ ମନ୍ତ୍ରୀ ଥିଲେ।

ସହରାଇ ଓରାମ ଚମ୍ପୁଆ ବିଧାନସଭା ଆସନରୁ ପାଞ୍ଚ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୭୧ରେ ସେ ପ୍ରଥମ ଥର ପାଇଁ ଉତ୍କଳ କଂଗ୍ରେସ ପାର୍ଟିରୁ ନିର୍ବାଚିତ ହୋଇଥିଲେ। ଏହାପରେ ୧୯୭୭ରେ ଜନତା ପାର୍ଟି, ୧୯୮୦ରେ ଜନତା (ଏସ୍‌), ୧୯୯୦ରେ ଜନତା ଦଳ, ୨୦୦୦ ମସିହା ନିର୍ବାଚନରେ ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

କେନ୍ଦୁଝର ଜିଲ୍ଲାର ଜଣେ ଟାଣୁଆ ନେତା ଭାବେ ପରିଚୟ ହାସଲ କରିଥିଲେ। ତାଙ୍କ ଦେହାନ୍ତ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳାଇ ଦେଇଛି। ଚମ୍ପୁଆରୁ ବିଧାୟକ ଭାବେ ନିର୍ବାଚିତ ହୋଇ ସେ ରାଜ୍ୟ ରାଜନୀତିରେ ମଧ୍ୟ ପ୍ରଭାବ ବିସ୍ତାର କରିଥିଲେ।

Comment