ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ପୁଣିଥରେ ବଢ଼ିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ପରୀକ୍ଷା ହୋଇଥିବା ୯୫୧ଟି ନମୁନାରୁ ଆଉ ୭ ଜଣ କରୋନା ପଜିଟିଭ୍ ଥିବା ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫ ଜଣ ଆକ୍ରାନ୍ତ ଭଦ୍ରକ ଜିଲ୍ଲାର ହୋଇଥିବାବେଳେ ୨ଜଣ ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାର ବୋଲି ସୂଚନା ମିଳିଛି।

ଏଥିସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଜଣକର ମୃତ୍ୟୁ ଘଟିଛି। ଏହି ନୂଆ ୭ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୩କୁ ବୃଦ୍ଧି ପାଇଛି।

corona

ଅନ୍ୟପଟେ ବର୍ତ୍ତମାନ ବାଲେଶ୍ୱର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ସେହିଭଳି ଭଦ୍ରକ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଭଦ୍ରକ ଜିଲ୍ଲାରେ ଦୁଇ ଜଣ ଆକ୍ରାନ୍ତ କରୋନା କବଳରୁ ସୁସ୍ଥ ହୋଇଥିବାବେଳେ ଏବେ ବି ୬ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି।

ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଭ୍ଦରକ ଜିଲ୍ଲାର ୫ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ବାସୁଦେବପୁରର ୩ଟି ଓ ଭଣ୍ଡାରୀପୋଖରୀର ୨ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷଣା କରାଯାଇଛି।

Comment