ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାରେ ସୁସ୍ଥ ହେଲେ ଆଉ ୫ କରୋନା ଆକ୍ରାନ୍ତ। ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଏବଂ କେନ୍ଦ୍ରାପଡ଼ାରେ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଗତ ଦୁଇ ଦିନ ହେଲା ଆକ୍ରାନ୍ତଙ୍କ ସହ ବଢ଼ି ଚାଲିଥିଲା। ଗତକାଲି ଗୋଟିଏ ଦିନରେ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ସକାଳେ ୫ ଆକ୍ରାନ୍ତ ବାଲେଶ୍ୱରରେ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଭିତରେ ଆଉ ୫ ରୋଗୀ ସୁସ୍ଥ ହେବା ଖବର ରାଜ୍ୟବାସୀଙ୍କୁ ଆଶ୍ୱସ୍ତ କରିଛି।

ପୂର୍ବରୁ ୨୪ ଜଣ ରୋଗୀ ସୁସ୍ଥ ହୋଇଥିଲେ। ଆଜି ୫ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ସୁସ୍ଥ ସଂଖ୍ୟା ୨୯ ଛୁଇଁଛି।

coronaଢେଙ୍କାନାଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେ ନିଜାମୁଦ୍ଦିନରୁ ଫେରିଥିବା ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ। ସେହିପରି କଳାହାଣ୍ଡିରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଜଣେ ପୂର୍ବରୁ ସୁସ୍ଥ ହୋଇଥିବା ବେଳେ ଆଜି ଆଉ ଜଣେ ସୁସ୍ଥ ହୋଇଛନ୍ତି। ଢେଙ୍କାନାଳ ଏବଂ କଳହାଣ୍ଡି ଜିଲ୍ଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ନାହିଁ।

Comment