ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଭଦ୍ରକରେ ପୁଣି ଚିହ୍ନଟ ହେଲେ ୩ ଜଣ କରୋନା ପଜିଟିଭ୍। ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଞ୍ଚିଛି।

ବୁଧବାର ଭଦ୍ରକରେ ଆଉ ତିନି ଜଣ କରୋନା ପଜିଟିଭ୍ ଥିବା ଜଣାପଡ଼ିଛି। ଏମାନେ ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ମିଳିଛି। ସମସ୍ତ ଆକ୍ରାନ୍ତ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ ୩୫, ୪୦ ଓ ୫୫ବର୍ଷ ବୋଲି ଜଣାପଡ଼ିଛି।

corona

ଏଥିସହ ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି। ଏହପୂର୍ବରୁ ଜିଲ୍ଲାରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହି ତିନି ଜଣ ନୂଆ ଆକ୍ରାନ୍ତଙ୍କ ମିଶାଇ ଜିଲ୍ଲାରେ କରୋନା ପଜିଟିଭ୍ ସଂଖ୍ୟା ୧୧ରେ ପହଞ୍ଚିଛି।

ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୨ ପଜିଟିଭ୍ କେସ୍ ସାମନାକୁ ଆସିଥିବାବେଳେ ସେମାନଙ୍କ ମଧ୍ୟରୁ ୩୦ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି କରୋନା ଯୋଗୁ ଜଣକର ମୃତ୍ୟୁଘଟିଥିବାବେଳେ ଏବେ ବି ୫୧ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comment