ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ପୁଣି ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ଏହାସହ ଯାଜପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ଏନେଇ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

corona

ଗତ ୩ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ଭୁବନେଶ୍ଵର ଅପେକ୍ଷା ବାଲେଶ୍ଵର, ଭଦ୍ରକ ଓ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

ଏହାସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୩୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥି ସହ ରାଜ୍ୟରେ ୫୩ ଆକ୍ରାନ୍ତ ସକ୍ରିୟ ଅଛନ୍ତି ଓ ଜଣକର ମୃତ୍ୟୁ ହୋଇଛି।

Comment