ଓଡ଼ିଶାଲାଇଭ୍‌ ବ୍ୟୁରୋ

ଯାଜପୁର ଜିଲ୍ଲାରେ ଆଉ ୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦଶରଥପୁର ବ୍ଲକରୁ ଏହି ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୫ ଜଣଙ୍କୁ ମିଶାଇ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ରେ ପହଞ୍ଚିଛି।

ଆଜି ସନ୍ଧ୍ୟାରେ ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଥିଲେ। ଏହି ଆଶ୍ୱସ୍ତିକର ଖବର ପରେ ଯାଜପୁର ଜିଲ୍ଲାରୁ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି।

କରୋନା ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱରରେ ୬୦ ଘଣ୍ଟିଆ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଆସନ୍ତାକାଲି ସକାଳ ୧୦ଟାରେ ଏହି ଅବଧି ଶେଷ ହେବ। ହେଲେ ଆଜି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଯାଜପୁର ଜିଲ୍ଲା ସଟ୍‌ଡାଉନ୍‌ ଅବଧି ବଢ଼ିପାରେ ବୋଲି କୁହାଯାଉଛି।

Comment