ଓଡ଼ିଶାଲାଇଭ୍‌ ବ୍ୟୁରୋ

ମହାରାଷ୍ଟ୍ର ବିଦର୍ଭ ଏବଂ ଛତିଶଗଡ଼ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଏପ୍ରିଲ ୩୦ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ପବନ ବହିବାର ସମ୍ଭାବନା ରହିଛି।

ଓଡ଼ିଶାର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ବର୍ଷା ସମ୍ଭାବନା ରହିଛି। ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି।

ଆଜି ଉପକୂଳ ଓଡ଼ିଶାରେ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଥିଲା। କଳାହାଣ୍ଡି ଓ କରୋପୁଟରେ ବର୍ଷା, ବଜ୍ରପାତ ସମ୍ଭାବନା ରହିଛି।

ଗତକାଲି ସନ୍ଧ୍ୟାରୁ ଆଜି ଯାଏଁ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ପାଗ ମଧ୍ୟ କୋହଲା ରହିଛି।

Comment