ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ହେଲେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ମିଳିବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି।

‘‘କରୋନା ଭାଇରସ୍‌ ସମ୍ପର୍କରେ ଜନସଚେତନତା ସୃଷ୍ଟି କରୁଛନ୍ତି ଗଣମାଧ୍ୟମ ପ୍ରତିନିଧି। ସେମାନେ କଠିନ ପରିସ୍ଥିତିରେ ନିଷ୍ଠାର ସହ କାମ କରୁଛନ୍ତି’’, ପ୍ରେସ୍‌ ବିବୃତିରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପୂର୍ବରୁ ରାଜ୍ୟ ସରକାର ଡାକ୍ତର, ନର୍ସ ଏବଂ ସ୍ୱାସ୍ଥ୍ୟକର୍ମୀମାନଙ୍କ ପାଇଁ ସହାୟତା ରାଶି ଘୋଷଣା କରିଥିଲେ।

Comment