ଓଡ଼ିଶାଲାଇଭ୍ ବ୍ୟୁରୋ

ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଯାଜପୁରରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଜଣେ ସୁସ୍ଥ ହୋଇଥିବା ବେଳେ ୧୮ ଜଣ ସକ୍ରିୟ ଅଛନ୍ତି।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ବୟସ ୩୪ ବର୍ଷ। ତାଙ୍କ ଘର ଯାଜପୁର ଜିଲ୍ଲା ବାସୁଦେବପୁର ଅଞ୍ଚଳରେ। ସେ କୋଲକାତାରୁ ଫେରିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି। ଆଜି ଗୋଟିଏ ଦିନରେ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ବାଲେଶ୍ୱରରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍‌ଣରେ ପୁଣି ବାଲେଶ୍ୱର ସମେତ କୋରାପୁଟରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏବେ ଯାଜପୁରରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comment