ଓଡ଼ିଶାଲାଇଭ୍‌ ବ୍ୟୁରୋ

ବାଲେଶ୍ୱରରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲ୍ଲାରେ ଆଜି ସନ୍ଧ୍ୟାରେ ପୁଣି ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ବାଲେଶ୍ୱର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ବାଲେଶ୍ୱରରେ ଆଉ ୩କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ରେ ପହଞ୍ଚିଛି।

ଆଜି ସକାଳେ ଭୁବନେଶ୍ୱର ମଧୁସୂଦନ ନଗରରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ତିନି ନୂଆ ଜିଲ୍ଲା ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼ରେ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସନ୍ଧ୍ୟାରେ ପୁଣି ବାଲେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗୋଟିଏ ଦିନରେ ୭ ଆକ୍ରାନ୍ତ ଚିହ୍ନଟ ହେବା ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଛି।

ବାଲେଶ୍ୱରରୁ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ବୟସ ୪୪ ବର୍ଷ ହୋଇଥିବା ବେଳେ ଆଉ ଜଣକର ବୟସ ୬୧ ଏବଂ ଅନ୍ୟ ଜଣଙ୍କର ବୟସ ୬୩ ବର୍ଷ। ଏହି ୩ ଜଣ କୋଲକାତା ଫେରନ୍ତା ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି।

Comment