ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥ ହେବା ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି ସୂଚନା ଦେଇଛି।

ବର୍ତ୍ତମାନ ରାଜ୍ୟରେ ୧୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାକୁ ଦେଖିଲେ ସେଠାରେ ମୋଟ ୪୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ବର୍ତ୍ତମାନ ରାଜ୍ୟରେ ୮୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ତେବେ ପ୍ରତିଦିନ କିଛି ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ରାଜ୍ୟବାସୀଙ୍କୁ ଆଶ୍ୱସ୍ଥ କରିଛି।

Comment