ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଦେଶରେ ଦିନକୁ ଦିନ ଅଧିକ ମାରାତ୍ମକ ହେବାରେ ଲାଗିଛି କରୋନା ଭାଇରସ। ଫଳରେ ପ୍ରତିଦିନ ଭାରତରେ କରୋନାଜନିତ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ସୁଦ୍ଧା ଦେଶରେ ଏହି ସଂଖ୍ୟା ୧୧୪୭ରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଦେଶରେ ବର୍ତ୍ତମାନ ୩୫ ହଜାର ୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୮୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଏବେ ବି ୨୫,୦୦୭ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ବୋଲି ସୂଚନା ମିଳିଛି।

ଦେଶରେ ମହାରାଷ୍ଟ୍ର ସବୁଠୁ ଅଧିକ ପ୍ରଭାବିତ ରାଜ୍ୟ ହୋଇ ରହିଛି। ସେଠାରେ ବର୍ତ୍ତମାନ ସୁଦ୍ଧା ୧୦ ହଜାର ୪୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିଭଳି ମହାରାଷ୍ଟ୍ରରେ ୪୫୯ ଜଣକର ମୃତ୍ୟୁ ଘଟିଛି। ମହାରାଷ୍ଟ୍ର ପଛକୁ ଗୁଜରାଟରେ ୨୧୪ ଜଣ, ମଧ୍ୟପ୍ରଦେଶରେ ୧୩୭ ଜଣ ଓ ଦିଲ୍ଲୀରେ ୫୯ ଜଣ ଲୋକ କରୋନାରେ ପ୍ରାଣ ହରାଇଛନ୍ତି। ସେହିଭଳି ରାଜସ୍ଥାନରେ ୫୮ ଜଣ, ଉତ୍ତର ପ୍ରଦେଶରେ ୩୯ ଜଣ ଓ ଆନ୍ଧ୍ରପ୍ରଦେଶରେ ୩୧ ଜଣ ଲୋକ କରୋନାରେ ପ୍ରାଣ ହରାଇଛନ୍ତି।

Comment