ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଯାଜପୁର ଜିଲ୍ଲାରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ଜିଲ୍ଲାରୁ ଆଉ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ କେବଳ ଯାଜପୁର ଜିଲ୍ଲାରେ ୪୫ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି।

ଶନିବାର ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବାବେଳେ ତିନି ଜଣ ପୁରୁଷ ଅଛନ୍ତି। ଏମାନେ ସମସ୍ତେ କୋଲକାତାରୁ ଫେରିଥିଲେ ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି।

ଏହାପୂର୍ବରୁ ଗୁରୁବାର ଦିନ କେବଳ ଯାଜପୁର ଜିଲ୍ଲାରୁ ଗୋଟିଏ ଦିନରେ ୧୭ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାପରେ ଶୁକ୍ରବାର ମଧ୍ୟ ଜିଲ୍ଲାରୁ ୪ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଶନିବାର ଆଉ ପାଞ୍ଚ ଜଣ ପଜିଟିଭ୍ ଚିହ୍ନଟ ହେବା ସହ ଜିଲ୍ଲାରେ କରୋନା ପଜିଟିଭ୍ ସଂଖ୍ୟା ୪୫ରେ ପହଞ୍ଚିଛି।

ରାଜ୍ୟରେ ଏବେ ୧୫୪ ଜଣ କରୋନା ଆକ୍ରାନ୍ତ ରହିଥିବାବେଳେ ସେଥିମଧ୍ୟରୁ ୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ଏବେ ୯୮ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଥିବାନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Comment