ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ କେନ୍ଦୁଝର ଜିଲ୍ଲାର। ଏହାସହ ବର୍ତ୍ତମାନ କେନ୍ଦୁଝର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ପହଞ୍ଚିଛି। ସେହିପରି ରାଜ୍ୟରେ ମୋଟ୍ ୧୬୨ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ।
ଆଜି ସକାଳୁ ବଲାଙ୍ଗିରରୁ ଜଣେ, ବାଲେଶ୍ଵରରୁ ଜଣେ ଓ ଗଞ୍ଜାମରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରେ ଆଜି ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ଜଣାପଡ଼ିଛି।
ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି। ସେହିପରି ସକ୍ରିୟ ସଂଖ୍ୟା ୧୦୫ରେ ପହଞ୍ଚିଛି। ଅନ୍ୟପକ୍ଷରେ ରାଜ୍ୟରେ ୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

















