ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଉରକେଲା ନାଲା ରୋଡରେ ଚିହ୍ନଟ ହେଲେ ଆଉ ଜଣେ ପଜଟିଭ୍। ଏଥିସହ ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ୧୧ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମଧ୍ୟ କରୋନା ପଜିଟିଭ୍ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଛି।

ସୋମବାର ନାଲା ରୋଡ ଅଞ୍ଚଳରେ ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତ ଜଣକର ବୟସ ୨୯ ବର୍ଷ ବୋଲି ଜଣାପଡ଼ିଛି। ତେବେ ଏହି ମହିଳା ଜଣକ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ୍ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ରାଜ୍ୟରେ ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ ରହିଛି। ସେଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଏବେ ବି ୧୦୨ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ସୂଚନା ରହିଛି।

Comment