ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଗଞ୍ଜାମରେ ପୁଣି ଜଣେ ସୁରତ ଫେରନ୍ତା ଯୁବକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ଅନ୍ୟପଟେ ଏହି ଆକ୍ରାନ୍ତ ଜଣକୁ ମିଶାଇ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧୭୭ରେ ପହଞ୍ଚିଛି।

ଗଞ୍ଜାମରେ ଚିହ୍ନଟ ହୋଇଥିବା ଏହି ଆକ୍ରାନ୍ତ ଜଣକର ବୟସ ୧୮ ବର୍ଷ ବୋଲି ଜଣାପଡ଼ିଛି। ନିକଟରେ ସେ ସୁରତରୁ ଫେରିଥିଲେ। ବର୍ତ୍ତମାନ ତାଙ୍କର କଣ୍ଟାକ୍ଟ ଟ୍ରେସିଙ୍ଗ୍ ଜାରି ରହିଛି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ରାଜ୍ୟରେ ବର୍ତ୍ତମାନ ମୋଟ ୧୭୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୦ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୧୧୫ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିଭଳି ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ଆଉ ଜଣେ କରୋନା ରୋଗୀ ପ୍ରାଣ ହରାଇବା ସହିତ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି ପାଇଛି।

Comment