ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ବାଲେଶ୍ୱର ଜିଲ୍ଲାରେ ଚିହ୍ନଟ ହେଲେ ପୁଣି ଜଣେ କରୋନା ପଜିଟିଭ୍। ଏଥିସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୮କୁ ବୃଦ୍ଧି ପାଇଛି।

ଅନ୍ୟପଟେ ନୂଆ ଆକ୍ରାନ୍ତଜଣକୁ ମିଶାଇ ଏବେ କେବଳ ବାଲେଶ୍ୱରରେ ପଜିଟିଭ୍ ସଂଖ୍ୟା ୨୫ କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୨୧ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି।

ବୁଧବାର ରାଜ୍ୟରେ ଦୁଇଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବୁଧବାର ଗଞ୍ଜାମ ଅଞ୍ଚଳରୁ ଜଣେ ଓ ବାଲେଶ୍ୱରରୁ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ରାଜ୍ୟରେ ବର୍ତ୍ତମାନ ୧୭୮ ଜଣ କରୋନା ପଜିଟିଭ୍ ହୋଇଥିବାବେଳେ ସେଥିମଧ୍ୟରୁ ୬୦ ଜଣ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ବର୍ତ୍ତମାନ ୧୧୬ ଜଣ ସକ୍ରିୟ କରୋନା ପଜିଟିଭ୍ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment