ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ମୟୂରଭଞ୍ଜ ଜିଲ୍ଲାରେ ଚିହ୍ନଟ ହେଲେ ପୁଣି ଜଣେ କରୋନା ପଜିଟିଭ୍। ଏଥିସହ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।

ଏହାପୂର୍ବରୁ ଆଜି ମୟୂରଭଞ୍ଜ ଜିଲ୍ଲାରେ ୩ ଜଣ ସୁରତ ଫେରନ୍ତା ଯୁବକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ୪କୁ ବୃଦ୍ଧି ପାଇଛି।

ରାଜ୍ୟରେ ଏଥିସହ କରୋନା ପଜିଟିଭ୍ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ଦୁଇ ଜଣ ପ୍ରାଣ ହରାଇଛନ୍ତି। ରାଜ୍ୟରେ ଏବେ ବି ୧୪୨ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment