ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ରାଜ୍ୟରେ ଏକାଥରକେ ଚିହ୍ନଟ ହେଲେ ୨୬ ଜଣ କରୋନା ପଜିଟିଭ୍। ଯାହାଫଳରେ ବର୍ତ୍ତମାନ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଏହି ୨୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା ରହିଛି। ଏଥିସହ ଭଦ୍ରକରୁ ୨ ଓ କେନ୍ଦ୍ରାପଡ଼ାରୁ ୫ ଜଣ ପଜିଟିଭ୍ ଥିବା ଜଣାପଡ଼ିଛି। ଏମାନେ ସମସ୍ତେ ସୁରତ ଫେରନ୍ତା ବୋଲି କୁହାଯାଇଛି।

ଏହାକୁ ମିଶାଇ ଏବେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭଙ୍କ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି। ସେହିଭଳି ଭଦ୍ରକରେ ପଜିଟିଭ୍ ସଂଖ୍ୟା ୨୩ ଓ କେନ୍ଦ୍ରାପଡ଼ାରେ ୮କୁ ବୃଦ୍ଧି ପାଇଛି।

ରାଜ୍ୟରେ ଏବେ ମୋଟ ୨୪୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୨ ଜଣ ସୁସ୍ଥ ହୋଇଥିବାବେଳେ ଦୁଇଜଣ ପ୍ରାଣ ହରାଇଛନ୍ତି। ଅନ୍ୟପଟେ ଏବେ ବି ରାଜ୍ୟର ବିଭିନ୍ନ ଅଞ୍ଚଳରେ ୧୮୧ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment