ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲାର। ଏହାସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସେହିପରି ବର୍ତ୍ତମାନ ଭଦ୍ରକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ରେ ପହଞ୍ଚିଛି। ଅନ୍ୟପକ୍ଷରେ ଭଦ୍ରକରେ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ଗୋଟିଏ ଦିନରେ ରାଜ୍ୟରେ ୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଯାଜପୁରରେ ସର୍ବାଧିକ ୫୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ୫୦, ଗଞ୍ଜାମରେ ୪୭, ବାଲେଶ୍ଵର ୨୭, ଭଦ୍ରକରେ ୨୪ ଆକ୍ରାନ୍ତ ରହିଛନ୍ତି।

ବର୍ତ୍ତମାନ ରାଜ୍ୟରେ ୨୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୬୩ ଜଣ ସୁସ୍ଥ ହୋଇଥିବା ବେଳେ ୧୮୧ ଜଣ ସକ୍ରିୟ ରହିଛନ୍ତି।

Comment