ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରୁ ଆଉ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି।
ଆଜି ଗୋଟିଏ ଦିନରେ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ଆଜି ୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୩, କେନ୍ଦ୍ରାପଡ଼ାରୁ ୫ ଏବଂ ଖୋର୍ଦ୍ଧାରୁ ଜଣେ ଚିହ୍ନଟ ହୋଇଛନ୍ତି।
ଫଳରେ ଆଜି ଓଡ଼ିଶାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଞ୍ଚିଛି।


















