ଓଡ଼ିଶାଲାଇଭ୍‌ କରୋନା ବ୍ୟୁରୋ

ରାଜ୍ୟରେ ସୁସ୍ଥ ହେଲେ ଆଉ ୫ କରୋନା ଆକ୍ରାନ୍ତ। ବାଲେଶ୍ଵର ଜିଲ୍ଲାର ୪ଜଣ ସୁସ୍ଥ ହୋଇଥିବା ବେଳେ ଯାଜପୁରର ଜଣେ ସୁସ୍ଥ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ୍‌ ୬୮ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ଵାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ।

ଏହାସହ ବାଲେଶ୍ଵରରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ସେହିପରି ଯାଜପୁରରେ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଗତ କିଛିଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରେ ୫୫, ଖୋର୍ଦ୍ଧା ୫୦, ବାଲେଶ୍ଵର ୨୭ ଓ ଭଦ୍ରକରେ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ରାଜ୍ୟରେ ୨୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୨୧୮ ମାମଲା ସକ୍ରିୟ ରହିଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି।

Comment